ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେ କସପା ଓ ତରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ପରିସ୍ଥିତିର ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାମଚନ୍ଦ୍ରପୁର, ବାଲଦା ଓ ଦୋଭାବିଲ ଗ୍ରାମର ବନ୍ୟା ପ୍ରଭାବିତ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ବନ୍ୟା ଯୋଗୁଁ ଲୋକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବନ୍ୟା ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତାକୁ ସର୍ବାଧିକ ପ୍ରାଥମିକତା ଦିଆଯାଇଛି। ଉଦ୍ଧାର କାର୍ଯ୍ୟ, ରିଲିଫ ବଣ୍ଟନ ଓ ସ୍ୱାସ୍ଥ୍ୟସେବାକୁ ତ୍ୱରାନ୍ୱିତ କରାଯାଇଥିବାବେଳେ ପ୍ରଭାବିତ ଲୋକଙ୍କ ନିକଟରେ ଆବଶ୍ୟକ ସହାୟତା ପହଞ୍ଚାଇବା ପାଇଁ ପ୍ରଶାସନକୁ ସକ୍ରିୟ ରଖାଯାଇଛି। ବନ୍ୟା ପରିସ୍ଥିତିରେ ଲୋକଙ୍କ ସୁରକ୍ଷା, ରିଲିଫ ଓ ଉଦ୍ଧାର କାର୍ଯ୍ୟ ଉପରେ ସରକାରଙ୍କ ନଜର ରହିଥିବା ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରୁ ସ୍ପଷ୍ଟ ହୋଇଛି।
