ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ରେଞ୍ଜର ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍ପିମାନେ ବୈଠକରେ ଯୋଗଦେଇଥିଲେ।
ବୈଠକରେ ରାଜ୍ୟର ବର୍ତ୍ତମାନର ଆଇନ-ଶୃଙ୍ଖଳା ପରିସ୍ଥିତି, ଅପରାଧ ଦମନ ଓ ନିୟନ୍ତ୍ରଣ, ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ, ଗୁରୁତ୍ୱପୂର୍ଣ୍ଣ ଅପରାଧର ସମୀକ୍ଷା, ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ପ୍ରଦାନ ଏବଂ ବିଭିନ୍ନ ପ୍ରଶାସନିକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।