କଳାହାଣ୍ଡିର ୪,୦୮,୫୭୧ ହିତାଧିକାରୀଙ୍କୁ ₹୫,୦୦୦ ଲେଖାଏଁ ଡିବିଟି ମାଧ୍ୟମରେ ପ୍ରଦାନ: ସୁଭଦ୍ରା
ରକ୍ଷାବନ୍ଧନ ଅବସରରେ ଓଡ଼ିଶା ସରକାରଙ୍କ ସୁଭଦ୍ରା ଯୋଜନା ଅନ୍ତର୍ଗତ ପଞ୍ଚମ କିସ୍ତି ପ୍ରଦାନର ଜିଲ୍ଲାସ୍ତରୀୟ ସମାରୋହ ଶୁକ୍ରବାର ଭବାନୀପାଟଣା ଟାଉନ୍ ହଲ୍ଠାରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସୁଭଦ୍ରା ଯୋଜନାର ଗୁରୁତ୍ୱ ଓ ମହିଳା ସଶକ୍ତୀକରଣରେ ଏହାର ଭୂମିକା ଉପରେ ଆଲୋକପାତ କରିଥିଲେ।
କାର୍ଯ୍ୟକ୍ରମରେ ଧର୍ମଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସୁଧୀର ରଞ୍ଜନ ପଟ୍ଟାଯୋଷୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ଜିଲ୍ଲାପାଳ ଶ୍ରୀ ସଚିନ ପ୍ରକାଶ ପୱାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ, ଭବାନୀପାଟଣା ଉପଜିଲ୍ଲାପାଳ ଶ୍ରୀ ପ୍ରଭାତ ପରିଡ଼ା, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଶ୍ରୀମତୀ ମୁଜିବୁନ ନିଶା, ଜିଲ୍ଲା ସଂସ୍କୃତିକ ଅଧିକାରୀ ଶ୍ରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ସାଇଲେନ୍ଦୁ ଶେଖର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ତଥା ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ କଲ୍ୟାଣ ଅଧିକାରୀ ଶ୍ରୀ ଦିନେଶ କୁମାର କହଁର, ଉପନିର୍ଦ୍ଦେଶକ ପ୍ଲାନିଂ ଶ୍ରୀ ଶ୍ରୀକାନ୍ତ ଦଳେଇ, ଭବାନୀପାଟଣା ବିଡିଓ ଶ୍ରୀ ଚନ୍ଦନ କୁମାର ଭୋଇଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସୁଭଦ୍ରା ଯୋଜନାର ହିତାଧିକାରୀମାନେ ଉପସ୍ଥିତ ଥିଲେ।
ସୁଭଦ୍ରା ଯୋଜନା ଅନ୍ତର୍ଗତ କଳାହାଣ୍ଡି ଜିଲ୍ଲାର ୪,୦୮,୫୭୧ ଜଣ ହିତାଧିକାରୀଙ୍କୁ ପ୍ରତିଜଣ ₹୫,୦୦୦ ଲେଖାଏଁ ଅର୍ଥରାଶି ପ୍ରଦାନ କରାଯାଇଛି। ଫଳରେ ଜିଲ୍ଲାର ହିତାଧିକାରୀମାନଙ୍କ ଖାତାକୁ ଡିବିଟି ମାଧ୍ୟମରେ ମୋଟ ₹ ୨୦୪୨୮୫୫୦୦ କୋଟି ଅର୍ଥରାଶି ପ୍ରଦାନ କରାଯାଇଥିବା ସୂଚନା ମିଳିଛି।
କାର୍ଯ୍ୟକ୍ରମ ଆରମ୍ଭରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ଶ୍ରୀମତୀ ମୁଜିବୁନ ନିଶା ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଡକ୍ଟର ଉମେଶ ଶତପଥୀ ମଞ୍ଚ ପରିଚାଳନା କରିଥିବାବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ଧନ୍ୟବାଦ ଅର୍ପଣ କରିବା ସହ କାର୍ଯ୍ୟକ୍ରମର ସମାପନ କରିଥିଲେ।