ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ଏବଂ ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ରହୁଥିବା ବିଭିନ୍ନ ପ୍ରସଙ୍ଗର ସମାଧାନ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗତକାଲି ଶୁକ୍ରବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଇସ୍ପାତ ଓ ଖଣି ବିଭାଗ ଶ୍ରୀ ଦେଓରଞ୍ଜନ କୁମାର ସିଂହ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ୍କୋର ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀ, ଶକ୍ତି, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଲ ଦେବଙ୍କ ସମେତ ଅର୍ଥ, ଶକ୍ତି, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ବାଣିଜ୍ୟ ଓ ପରିବହନ, ଜଳ ସମ୍ପଦ ଆଦି ସଂପୃକ୍ତ ବିଭିନ୍ନ ବିଭାଗର ସଚିବ ଏବଂ ଇଡ୍କୋ, ଓଡ଼ିଶା ଖଣି ନିଗମ, ଇପିକଲ୍ , ଟିପିସିଓଡିଏଲ୍ ଆଦିର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ ।